ନୂଆପଡ଼ା ଜିଲ୍ଲା ରୁ କଲିମ ମହମ୍ମଦ(ଶାସକ ପ୍ରଶାସକ): ନୂଆପଡା ଜିଲ୍ଲାରେ ଭାରତ ରତ୍ନ ଡକ୍ଟର ବି. ଆର୍. ଆମ୍ବେଦକରଙ୍କ ଜୟନ୍ତୀ ଜିଲ୍ଲା ପ୍ରଶାସନ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ମହାସମାରୋହରେ ପାଳିତ ହୋଇଯାଇଛି। ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ନୂଆପଡା, ମଧୁସୂଦନ ଦାଶ ଏବଂ ବରେଣ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ, ପୂର୍ବତନ ସାଂସଦ ବସନ୍ତ ପଣ୍ଡା, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା ପରିଷଦ ସଦସ୍ୟ ଭାନୁ ପ୍ରତାପ ସିଂ ମାଝୀ, ନୂଆପଡା ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ବି ଇ ଓ ହେମସାଗର ମହାନନ୍ଦ ମୁଖ୍ୟ ବକ୍ତାରୂପେ ଯୋଗ ଦେଇଥିଲେ । ପ୍ରଦୀପ ପ୍ରଜ୍ବଳନ କରି ଏବଂ ଆମ୍ବେଦକରଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା ।ସମସ୍ତ ଅତିଥି ଆମ୍ବେଦକରଙ୍କ ସ୍ମୃତି ଚାରଣ କରି ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ ।ଆମ୍ବେଦକରଙ୍କ ଜିବନାଦର୍ଶରେ ଉଦବୁଦ୍ଧ ହୋଇ ସେହି ମହାପୁରୁଷଙ୍କ ପ୍ରେରଣାରେ ଆଗକୁ ବଢିବା ପାଇଁ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ସ୍ବାଗତ ସମ୍ଭାଷଣ ପ୍ରଦାନ କରିଥିଲେ ।ଏହି ଅବସରରେ ଜୟନ୍ତୀ ପାଳନ ଉପଲକ୍ଷେ ଜିଲ୍ଲା ଶିକ୍ଷାଧିକାରୀଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିଵା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ବରିଷ୍ଠ ରାଜସ୍ୱ ସହାୟକ ବିଭୁ ଦତ୍ତ ମିଶ୍ର ସଭା ସଂଯୋଜନା କରିଥିଲେ ।ଏହି ସମାରୋହରେ ବିଭିନ୍ନ ପ୍ରଶାସନିକ ଅଧିକାରୀ ,ଜିଲ୍ଲା ସ୍ତରୀୟ ଅଧିକାରୀ , ବିଭାଗୀୟ ଅଧିକାରୀ, ଲୋକ ପ୍ରତିନିଧି, ସହରର ଗଣ୍ୟ ମାନ୍ୟ ବ୍ୟକ୍ତି ବିଶେଷ,ବିଭିନ୍ନ ଶିକ୍ଷା ଅନୁଷ୍ଠାନର ଛାତ୍ର ଛାତ୍ରୀ , ଶିକ୍ଷକ ଶିକ୍ଷୟତ୍ରୀ, ଗଣ ମାଧ୍ୟମର ପ୍ରତିନିଧି ଓ ଆମ୍ବେଦକର ପ୍ରେମୀ ସୁଧି ବୃନ୍ଦ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.