ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ଭାରତର ସମ୍ବିଧାନ ପ୍ରଣେତା ଭାରତ ରତ୍ନ ବାବା ସାହେବ ଡକ୍ଟର ଭୀମ ରାଓ ଆମ୍ବେଦକର ଙ୍କ 134 ତମ କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ପାଳିତ ହୋଇଯାଇଛି।ଏହି ଅବସରରେ ପୂର୍ବାହ୍ନ 7.30 ମି ସମୟରେ ଭବାନୀପାଟଣା ସହର ସ୍ଥିତ ଭାରତ ରତ୍ନ ଡକ୍ଟର ବାବା ସାହେବ ଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ପି ଡି,ଡୁଡା ମୁନୀନ୍ଦ୍ର ହୋନନାଗା, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରି, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଭବାନୀ ଶଙ୍କର ନିଆଲ, ଏମ୍. ପି,କଳାହାଣ୍ଡି ଙ୍କ ପ୍ରତିନିଧି ଜୟଶଙ୍କର ନାୟକ, ବିଭିନ୍ନ ବିଭାଗୀୟ ଅଧିକାରୀ, ବିଭିନ୍ନ ଅନୁଷ୍ଠାନ ର କର୍ମକର୍ତ୍ତା, ବରିଷ୍ଟ ନାଗରିକ, ଶିକ୍ଷା ଅନୁଷ୍ଠାନ ର ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟିତ୍ରୀ, ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଯୋଗଦେଇ ବାବା ସାହେବ ଡକ୍ଟର ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ସାମୂହିକ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ଭାରତରତ୍ନ ବାବା ସାହେବଙ୍କ ଆଦର୍ଶ ଜୀବନୀ ଉପରେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ପାୱାର ସଚିନ ପ୍ରକାଶ ଜିଲ୍ଲାପାଳ କଳାହାଣ୍ଡି, ଯୋଗଦେଇ ଡକ୍ଟର ବାବା ସାହେବ ଆମ୍ବେଦକର ଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ତାଙ୍କର ଆଦର୍ଶ ଜୀବନୀ ଉପରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ପି ଡି, ଡୁଡା ମୁନୀନ୍ଦ୍ର ହୋନନାଗା,ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଶିକ୍ଷାବିତ୍ ଉମେଶଚନ୍ଦ୍ର ଶତପଥି, ଏମ୍ ପି,କଳାହାଣ୍ଡି ଙ୍କ ପ୍ରତିନିଧି ଜୟଶଙ୍କର ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ନିର୍ବାହୀ ଅଧିକାରୀ ପୌରପାଳିକା ବନମାଳୀ ମେହେର, ମୁଖ୍ୟ ବକ୍ତା ଭାବରେ ଭବାନୀ ଶଙ୍କର ନିଆଲ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂ ରାଉତ,ଅଂଶୁମାନ ବାବୁ ଯୋଗଦେଇ ଭାରତର ସମ୍ବିଧାନ ପ୍ରଣେତା ଭାରତ ରତ୍ନ ବାବା ସାହେବ ଡକ୍ଟର ଆମ୍ବେଦକର ଙ୍କ ସଂଘର୍ଷ ପୂର୍ଣ୍ଣ ଆଦର୍ଶ ଜୀବନୀ ଉପରେ ଆଲୋକପାତ କରି ଆଜିର ଛାତ୍ର ଛାତ୍ରୀ ଯୁବପିଢ଼ି ତାଙ୍କର ଆଦର୍ଶରେ ରେ ଅନୁପ୍ରାଣିତ ହୋଇ ଭଲ ପାଠ ପଢି ଭଲ ମଣିଷ ହେବା ପାଇଁ ଆହ୍ଵାନ ଦେଇଥିଲେ। ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ର ସଫଳ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।ଏଥିରେ ଜିଲ୍ଲା ସ୍ତରୀୟ ଅଧିକାରୀ, ଜନପ୍ରତିନିଧି, ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟିତ୍ରୀ, ବିଭିନ୍ନ ଅନୁଷ୍ଠାନ ର କର୍ମକର୍ତ୍ତା, ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଯୋଗଦେଇ ଥିଲେ। ଏହି ସବୁ କାର୍ଯ୍ୟକ୍ରମ କୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିଥିଲେ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.