ବରପାଲି :- ସ୍ଥାନୀୟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁଙ୍କ ସମେତ ଜିଲ୍ଲାପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ବରଗଡ଼ ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ପଦାରବିନ୍ଦ ତ୍ରିପାଠୀ, ବରପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁମନ୍ତ କୁମ୍ଭାର ଏବଂ ବ୍ଲକ ଅଧ୍ୟକ୍ଷା ଶ୍ରୀମତି ରୀନା ଥଇତ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୪୧ ଗୋଟି ଅଭିଯୋଗ ମଧ୍ୟରୁ ୨୦ ଗୋଟି ବ୍ୟକ୍ତିଗତ, ୨୧ ଗୋଟି ସାମୁହିକ ଅଭିଯୋଗ ଏବଂ ଶୁଣାଣି ସମୟରେ ସେଥିମଧ୍ୟରୁ ୧ ଗୋଟି ଅଭିଯୋଗର ତତକ୍ଷଣାତ ସମାଧାନ କରି ଅନ୍ୟ ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
Sign in
Sign in
Recover your password.
A password will be e-mailed to you.