ସୁବର୍ଣ୍ଣପୁର,ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ )ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ଯା ନିହିତ ୩୦ ଗୋଟି ପଞ୍ଜୀକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରୁ ୨୧ ଗୋଟି ବ୍ୟକ୍ତିଗତ ଦରଖାସ୍ତ ଗ୍ରହଣ କରାଯାଇଥିବା ବେଳେ, ୦୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତରଭା ଶ୍ରୀ ଗଙ୍ଗାରାମ ବୁଡେକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ଵିନୀ କୁମାର ମେହେର ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଭା ସହ ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।
Sign in
Sign in
Recover your password.
A password will be e-mailed to you.