ନବରଙ୍ଗପୁର, ଅଶୋକ ସାହୁ, ଶାସକ ପ୍ରଶାସକ,୧୩.୦୫.୨୦୨୫:ଆଜି କୋଷାଗୁମୁଡ଼ା ପଂଚାୟତ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବଟକୃଷ୍ଣ ମିଶ୍ର,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୪ଟି ଅଭିଯୋଗର ସମାଧାନ ତତ୍ କ୍ଷଣାତ କରାଯାଇଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୫ ଜଣ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ହ୍ବିଲ ଚେୟାର ପ୍ରଦାନ କରାଯାଇଥିଲା।
Sign in
Sign in
Recover your password.
A password will be e-mailed to you.