
ଜଗତସିଂହପୁର, ତା ୧୩.୦୫.୨୦୨୫/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ନାଉଗାଁ ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୩୫ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୨୭ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୮ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ଆବାସ ଯୋଜନା ସମ୍ପର୍କୀୟ ୨ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୧ ଟି ଏବଂ ଅନ୍ୟାନ୍ୟ ୧୪ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ,ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ,ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ନାଉଗାଁ, ଶ୍ରୀ ଆଶୁତୋଷ ମିଶ୍ର,ତହସିଲଦାର, ନାଉଗାଁ, ଶ୍ରୀ ଅକ୍ଷୟ କୁମାର ବଡୁ,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post