ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ) କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୭୮ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୬୦ ଗୋଟି ଓ ସାମୂହିକ ୧୮ ଗୋଟି ରହିଥିବା ବେଳେ ୨୨ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରଯାଇଥିଲା । ଏହି ଶିବିରରେ ଘରଡିହ, ଭତ୍ତା, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଆନନ୍ଦ ବର୍ଦ୍ଧନ ଗୁରୁ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ମିନତୀ ଲତା ଦାସ, ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମୁଜୀବୁନ ନିଶା,ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ,ଡି ଆର୍ ସି ଏସ୍ ପ୍ରମୋଦ କୁମାର ସାହୁ ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲା, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୀରେନ୍ଦ୍ର କୁମାର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର ଙ୍କ ସମେତ ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷ, ବି. ଡି.ଓ. , ତହସିଲଦାର,ପି ଆର ଆଇ ସଭ୍ଯ ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
Sign in
Sign in
Recover your password.
A password will be e-mailed to you.