ପାରଳାଖେମୁଣ୍ଡି ( ବାଳକୃଷ୍ଣ ପାଣିଗ୍ରାହୀ) : ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର , ଭାଷାଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ ଉତ୍କଳବାସୀଙ୍କ ପାଇଁ ଗୌରବର ସ୍ୱାକ୍ଷର ବହନ କରୁଥିବା ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୫୨ତମ ଶ୍ରାଦ୍ଧ ବାର୍ଷିକୀ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ପାଳିତ ହୋଇଯାଇଛି।
ଏହି ଅବସରରେ ଶ୍ରୀଯୁକ୍ତ ଫାଲଗୁନି ମାଝୀ , ଅତିରିକ୍ତ ଜିଲ୍ଲାପାଳ ଗଜପତି , ଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ , ନିର୍ବାହୀ ଅଧିକାରୀ ପୌରପରିଷଦ ପାରଳାଖେମୁଣ୍ଡି , ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର , ବରିଷ୍ଠ ନାଗରିକ , ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ସଂସ୍କୃତି ଅଧିକାରୀ , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମେତ ସ୍ଥାନୀୟ ସମସ୍ତ ବରିଷ୍ଠ ନାଗରିକ , ବୁଦ୍ଧିଜୀବୀ ଓ ଗଣମଧ୍ୟାମ ପ୍ରତିନିଧି ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତି ବିଶଷଙ୍କ ଦ୍ଵାରା ବଜାର ଛକ ସ୍ଥିତ ଥିବା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ ଓ ମହାରାଜାଙ୍କ ସ୍ମୃତି ସୌଧ ଠାରେ ପୁଷ୍ପମାଲ୍ୟ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରଯାଇଥିଲା।
ଭାଷା ଭିତ୍ତିରେ ଓଡିଶା ପ୍ରଦେଶ ଗଠନ କରିବାରେ ମହାରାଜା ଅନ୍ୟତମ , ମହାରାଜା ଅଞ୍ଚଳ ପାଇଁ ବିକାଶର , ଉନ୍ନତି , ନିରପେକ୍ଷ ଭାବେ ରାଜ୍ୟ ଶାସନ ଏବଂ ସମସ୍ତଙ୍କୁ ନେଇ ବିକାଶ କରିବା ତାଙ୍କର ମୂଳମନ୍ତ୍ର ଥିଲା ଓ ଓଡ଼ିଆ ଜାତିକୁ ସର୍ବାଗ୍ରେ ପହଞ୍ଚାଇବା ସହ ଲୋକଙ୍କ ମଧ୍ୟରେ ଜନଜାଗରଣ ସୃଷ୍ଟି କରିବାରେ ମହାରାଜାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଅତିରିକ୍ତ ଜିଲ୍ଲାପାଳ କହିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post
Next Post