ନୂଆପଡ଼ା ଜିଲ୍ଲା ରୁ କଲି ମ ମହମ୍ମଦ କ ରିପୋର୍ଟ ଶାସକ ପ୍ରଶାସକ: ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ଦାୟିତ୍ଵ ରେ ଥିବା ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏଥିରେ ଜିଲ୍ଲା ମୁଖ୍ଯ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଗୁରୁ ପ୍ରସାଦ ଜେନା,ବ୍ଲକ୍ ଅଧ୍ୟକ୍ଷା ମାଧୁରୀ ମାଝୀ, ବିଡ଼ିଓ କାର୍ମୀ ଓରାମ , ତହସିଲଦାର ଉପାଞ୍ଜଳୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ଡେପୁଟୀ କଲେକ୍ଟର ଶେଖ୍ ନସୀମ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଶିବିରରେ ନୂଆପଡାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଲାଇନ୍ ବିଭାଗ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ସମାଧାନରେ ସାମିଲ ହୋଇଥିଲେ । ଉକ୍ତ ଶିବିରରେ ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ତଥା ଗ୍ରାମ ଗୁଡିକରୁ 48 ଟି ବ୍ୟକ୍ତିଗତ ଓ 12 ଟି ସାମୂହିକ ମୋଟ 60 ଗୋଟି ବିଭିନ୍ନ ସମସ୍ୟା ଆଧାରିତ ଅଭିଯୋଗ ଶୁଣାଣି ହୋଇଥିଲା।
ପରେ ପରେ ଅତିରିକ୍ତ ଜିଲ୍ଲାପାଳ ଓ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ ମାନଙ୍କୁ ନେଇ ରାଣୀମୁଣ୍ଡା ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ନିରାକରଣ ନିମିତ୍ତ ଏକ ସଚେତନତା ସଭା ଆୟୋଜିତ ହୋଇଥିଲା l ଜନ ଶୁଣାଣି ଶିବିର ଉପଲକ୍ଷେ ନୀଳଜି ଗ୍ରାମ ସ୍କୁଲରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା l ଏଠାରେ 27 ଜଣ ରକ୍ତଦାତା ରକ୍ତଦାନ କରିଥିଲେ lସେହିପରି ରାଣୀମୁଣ୍ଡା ଗ୍ରାମ ପଞ୍ଚାୟତରେ ଜନସାଧାରଣଙ୍କ ପାଇଁ ଏକ ସ୍ବାସ୍ଥ୍ୟ ଶିବିର ଆୟୋଜିତ ହୋଇଥିଲା। ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ମଧ୍ୟ 188 ଟି ବଡ଼ ଏବଂ 23 ଟି ଛୋଟ ମୋଟ 211ଟି ଗୃହପାଳିତ ପଶୁପକ୍ଷୀଙ୍କ ଚିକିତ୍ସା କରାଯାଇଥିଲା ।
Sign in
Sign in
Recover your password.
A password will be e-mailed to you.