ପାଟଣାଗଡ଼, ୨୮ା୫ ଶାସକ ପ୍ରଶାସକ (ଘନଶ୍ୟାମ ନାଗ): ସାରା ଦେଶରେ ହଇଚଇ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ବହୁ ଚର୍ଚ୍ଚିତ ପାଟଣାଗଡ଼ ‘ପାର୍ସଲ ବୋମା’ ରାୟ ଆସିଛି। ପାଟଣାଗଡ଼ ଏଡିଜେ କୋର୍ଟରେ ପୁଞ୍ଜିଲାଲ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।
ଦୀର୍ଘ ୭ ବର୍ଷର ଅପେକ୍ଷା ପରେ ରାୟ ପ୍ରକାଶ ପାଇବାରୁ ବିଭିନ୍ନ ମହଲରେ ଏନେଇ ଉତ୍ସୁକତା ଦେଖା ଦେଇଛି। ପାଟଣାଗଡ଼ ଏଡିଜେ କୋର୍ଟରେ ଏହି ଚର୍ଚ୍ଚିତ ମାମଲାର ରାୟ ପ୍ରକାଶ ପାଇଛି।
୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟି ନବବିବାହିତ ସଫ୍ଟୱେର ଇଞ୍ଜିନିୟର ସୌମ୍ୟଶେଖର ସାହୁ, ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ମୃତ ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ପାଟଣାଗଡ଼ ନିକଟସ୍ଥ ଭଇଁଷା କଲେଜର ଇଂଲିଶ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଏକମାତ୍ର ଓ ମୁଖ୍ୟ ଅଭିଯୁକ୍ତ ଭାବେ ଗିରଫ କରିଥିଲା। କ୍ରାଇମବ୍ରାଞ୍ଚ ଟିମ ୨୦୦୦ ପୃଷ୍ଠାର ଚାର୍ଜଶଟ ଦାଖଲ କରିବା ପରେ ପାଟଣାଗଡ଼ ଏଡିଜେ କୋର୍ଟରେ ପ୍ରାୟ ୨ବର୍ଷ କାଳ ଏହାର ଶୁଣାଣି ଓ ନ୍ୟାୟିକ ପ୍ରକ୍ରିୟା ଚାଲିଥିଲା। ୬୨ଜଣ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ ପରେ ଏଡିଜେ IPC ଧାରା 302,307,201 ଏବଂ Section 3, section 4 of Explosives Substances Act ଅନୁଯାୟୀ ଦୋଷୀ ପୁଞ୍ଜିଲାଲଙ୍କୁ ଆଜୀବନ କାରଦଣ୍ଡାଦେଶ ଓ ପଚାଶ ହଜାର ଟଙ୍କା ଜୋରିମାନାର ଦଣ୍ଡ ଶୁଣାଇଛନ୍ତି। ଫଳରେ ନ୍ୟାୟ ଅପେକ୍ଷାରେ ଥିବା ମୃତ ସୌମ୍ୟଶେଖରଙ୍କ ମାତାପିତା ସଞ୍ଜୁକ୍ତା ସାହୁ ଓ ରବୀନ୍ଦ୍ର ସାହୁ ଏବଂ ସ୍ତ୍ରୀ ରୀମାରାନି ନ୍ୟାୟ ପାଇ ସନ୍ତୋଷ ପ୍ରକାଶ କରିଛନ୍ତି ।
Sign in
Sign in
Recover your password.
A password will be e-mailed to you.