ଭୁବନେଶ୍ୱର, ୨୮ ।୫: ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଅରୁଣାଚଳ ପ୍ରଦେଶର ଇଟାନଗରସ୍ଥିତ ହିମାଳୟାନ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ଆଜି ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଶ୍ରୀ ସମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ଏହା ହେଉଛି ଶ୍ରୀ ସାମନ୍ତଙ୍କ ୬୭ ତମ ସମ୍ମାନସୂଚକ ଡକ୍ଟରେଟ୍ । ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏଥିପାଇଁ ହିମାଳୟାନ ବିଶ୍ୱବିଦ୍ୟାଳୟର ଏକାଡେମିକ୍ ପରିଷଦ ଏବଂ ପରିଚାଳନା ବୋର୍ଡ ଶ୍ରୀ ସାମନ୍ତଙ୍କ ନାମ ସୁପାରିଶ କରିଥିଲେ ଏବଂ ସର୍ବସମ୍ମତି କ୍ରମେ ଶ୍ରୀ ସମନ୍ତଙ୍କୁ ସମ୍ମାନଜନକ ଡକ୍ଟର ଅଫ୍ ଲେଟରସ୍ ଡିଗ୍ରୀ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି କାର୍ଯ୍ୟକ୍ରମରେ ଅରୁଣାଚଳ ପ୍ରଦେଶର ଶିକ୍ଷା, ଗ୍ରାମୀଣ ନିର୍ମାଣ, ସଂସଦୀୟ ବ୍ୟାପାର, ପର୍ଯ୍ୟଟନ ଏବଂ ପାଠାଗାର ବିଭାଗ ମନ୍ତ୍ରୀ ପାସାଙ୍ଗ ଦୋର୍ଜୀ ସୋନା, ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ହେମନ୍ତ ଗୋଏଲ, କୁଳପତି ପ୍ରଫେସର (ଡ) ପ୍ରକାଶ ଦିବାକରଣଙ୍କ ସମେତ ବହୁ ବିଶିଷ୍ଟ ଗଣମାନ୍ୟ ବ୍ୟକ୍ତି, ବିଦ୍ୱାନ ଏବଂ ଛାତ୍ରଛାତ୍ରୀ ଏହି ଅବସରରେ ଉପସ୍ଥିତ ଥିଲେ ।
Sign in
Sign in
Recover your password.
A password will be e-mailed to you.