ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ( ବୁଧବାର) ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପାରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମନୋରମା ଦେବୀ।, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟନାୟକ , ପାରଳାଖେମୁଣ୍ଡି ଥାନା ଅଧିକାରୀ ଶ୍ରୀ ପ୍ରଶାନ୍ତ ଭୂପତି , ଓଡ଼ିଶା ଜୀବିକା ମିଶନ ପରିଚାଳକ ଶ୍ରୀ ଟିମାନ ବାରା , ଜିଲ୍ଲା ଖାଦ୍ୟ ସୁରକ୍ଷା ଅଧିକାରୀ ଶ୍ରୀମତୀ ତପଶ୍ଵନି ବେହେରା , ମହିଳା ମହାବିଦ୍ୟାଳୟ ଅଧ୍ୟାପିକା ମଧୁସ୍ମିତା ପ୍ରଧାନ ଓ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟର ପ୍ରୋଗ୍ରାମ ଅଫିସର ଶ୍ରୀମତୀ ସାରଳା ପାତ୍ର ପ୍ରମୁଖ ମଞ୍ଚାସୀନ ରହି ପାରମ୍ପାରିକ ଖାଦ୍ୟ ପ୍ରତିଯୋଗିତା ରେ ଉପସ୍ଥିତ ଥିବା ସମସ୍ତ ମହିଳାମାନଙ୍କୁ ଉତ୍ସାହିତ କରିଥିଲେ।
ବିଶେଷ କରି ସ୍ଵୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ପ୍ରଦର୍ଶିତ କରାଯାଉଥିବା ବିଭିନ୍ନ ଖାଦ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବାରେ ମୂଳ ଲକ୍ଷ ରହିଛି।
ଏହି ପ୍ରତିଯୋଗିତାରେ ଗୁମ୍ମା ବ୍ଲକର ଅଞ୍ଜନା ଶକ୍ତି ଦଳ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦ୍ୱିତୀୟ ସ୍ଥାନ ମୋହନା ବ୍ଲକର ଦିବ୍ୟଜ୍ୟୋତି ସ୍ଵୟଂ ସହାୟକ ଗୋଷ୍ଠୀ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ ଗୋଷାଣୀ ବ୍ଲକର ମା ସାରଦା ସ୍ଵୟଂ ସହାୟକ ଗୋଷ୍ଠୀ ବିଜେତା ହୋଇଛନ୍ତି। ପ୍ରଥମ ସ୍ଥାନ ଅଧିକାର କରିଥିବା ଦଳ ଆସନ୍ତା ରାଜ୍ୟସ୍ତରୀୟ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିବେ। ଏହି ପ୍ରତିଯୋଗିତାରେ ଜିଲ୍ଲାର ସମସ୍ତ ବ୍ଲକ୍ ର ପ୍ରଥମ ସ୍ଥାନ ଅଧିକାର କରିଥିବା ଦଳ ଆଜି ଯୋଗଦେଇଥିଲେ।
ଏହି କାର୍ଯ୍ୟକ୍ରମରେ ସମସ୍ତ ବ୍ଲକର ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଓ ମିଶନ ଶକ୍ତି ବିଭାଗ ଓ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.