ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ମୃତ ସନ୍ତୋଷ ପରିଡାଙ୍କ ପିଲାଙ୍କ ପାଠ ପଢା ଖର୍ଚ୍ଚ ସରକାର ବହନ କରିବେ

0

ଭୁବନେଶ୍ୱର/୧୨ ଜୁନ ୨୦୨୫: ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସମ୍ପ୍ରଦାୟଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଥିବା ସନ୍ତୋଷ ପରିଡାଙ୍କ ପିଲାଙ୍କ ପାଠ ପଢା ଖର୍ଚ୍ଚ ସରକାର ବହନ କରିବେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ।

ଗତକାଲି ଦୋଷୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ସହ ସନ୍ତୋଷଙ୍କ ନିକଟ ସମ୍ପର୍କୀୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ଏବଂ ପରିବାରର ଜଣଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

Leave A Reply

Your email address will not be published.