ଜିଲ୍ଲାସ୍ତରୀୟ ବିକାଶ ମେଳା ଦ୍ୱିତୀୟ ସନ୍ଧ୍ୟାର କାର୍ଯ୍ୟକ୍ରମ

0 2

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲାସ୍ତରୀୟ ବିକାଶ ମେଳା , ପରମ୍ପାରିକ ଖାଦ୍ୟ ମେଳା ଓ ଆମ୍ବ ମେଳାର ଦ୍ଵିତୀୟ ସନ୍ଧ୍ୟା କାର୍ଯ୍ୟକ୍ରମରେ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ନୀଳାଚଳ ସେନାପତି ମତ୍ସ୍ୟ ବିଭାଗ ପକ୍ଷରୁ ଭାରପ୍ରାପ୍ତ ଜିଲ୍ଲା ମତ୍ସ୍ୟ ଅଧିକାରୀ ଶ୍ରୀ ନିରୋଦ ଚନ୍ଦ୍ର ନାୟକ ଓ ଲିଡ଼ ବ୍ୟାଙ୍କ ତରଫରୁ ବିଭିନ୍ନ ଯୋଜନା ବିଷୟରେ ହିତାଧିକାରୀଙ୍କୁ ପ୍ରାଞ୍ଜଳ ଭାବରେ ସଚେତନତା କରେଇଥିଲେ।
ପରେ ପରେ ଦ୍ବିତୀୟ ସନ୍ଧ୍ୟାର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ଆରକ୍ଷୀ ଅଧିକ୍ଷକ ଗଜପତି ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ଥିଲେ।
ପରେ ପରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଶ୍ରୀ ଜଗନ୍ନାଥ ଓଡିଶୀ କଳା କେନ୍ଦ୍ର , ବନ୍ଧେ ମାତାରମ୍ ଡାନ୍ସ ଷ୍ଟୁଡ଼ିଓ ତରଫରୁ ଅନୁଷ୍ଠିତ ହୋଇଥିବା ବେଳେ ଅବକାରୀ ବିଭାଗ ତରଫରୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଏହି ବିକାଶ ମେଳା ଆସନ୍ତା ୨୦ ଜୁନ୍ ପର୍ଯ୍ୟନ୍ତ ପ୍ରତିଦିନ ଅପରାହ୍ନ ୪ ଘଟିକା ସମୟରୁ ଆରମ୍ଭ ହେବ। ଆଜିର ଏହି କାର୍ଯ୍ୟକ୍ରମରେ ଡେପୁଟି ସିଓ ଓରମାସ୍ ଶ୍ରୀ ସୁଭଳ ଜେନାମଣି , ଜିଲ୍ଲା ପ୍ରକଳ୍ପ ପରିଚାଳକ , ଓଡ଼ିଶା ଜୀବିକା ମିଶନ ଗଜପତି ଶ୍ରୀ ଟିମନ ବାରା , ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ସହକାରୀ ନିର୍ବାହୀ ଅଧିକାରୀ ଶ୍ରୀ ଭେଙ୍କଟ ରାଓ ଆଚାରୀ ସମେତ ଜିଲ୍ଲାର ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.