ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଭଞ୍ଜନଗରରେ ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ୧୬ ତାରିଖ ସୋମବାର ୨୦୨୫ ଦିନ ଅନୁଷ୍ଠିତ ହୋଇଯାଇଛି ।ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦେବଦତ୍ତ ପଣ୍ଡା ,ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରଞ୍ଜନ କୁମାର ଦେ ,ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଉମାଶଙ୍କର ବେହେରା ଏଥିରେ ଯୋଗଦାନ କରିଥିଲେ।
ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୧୮୪ ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୧୭୧ ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ ୧୩ ଟି ଥିଲା। ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ ୬ ଟି ଅଭିଯୋଗର ଫଇସଲା କରିଥିଲେ। ଏବଂ ଜଣଂକୁ ରେଡ଼କ୍ରସ ପାଣ୍ଠିରୁ ଦଶ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା। ଆଜିର ଅଭିଯୋଗ ସମୟରେ ,ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା,ଖାଉଟି କାର୍ଡ ବାର୍ଦ୍ଧକ୍ୟ ଭତ୍ତା, ଭୂମିହୀନ ଙ୍କ ପାଇଁ ବସୁନ୍ଧରା ଯୋଜନାରେ ଜାଗା ଆବଣ୍ଟନ ଉପରେ ମୁଖ୍ୟତଃ ଥିଲା। ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗ କୁ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ,ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷ ,ବେଲଗୁଣ୍ଠା ତହସିଲଦାର ଶ୍ରୀ କଳାକୃଷ୍ଣ ପ୍ରଧାନ, ଭଞ୍ଜନଗର ଅତିରିକ୍ତ ତହସିଲଦାର ଶ୍ରୀ ଅବିନାଶ ମହାର,ଭଂଜନଗର ,ସହାୟକ ଜିଲ୍ଲାପାଳ ଶ୍ରୀ ରାମଚନ୍ଦ୍ର ମହାପାତ୍ର ,ଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ଡା,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l
Sign in
Sign in
Recover your password.
A password will be e-mailed to you.
Prev Post