ଜଗତସିଂହପୁର,ତା-୧୭.୦୬.୨୦୨୫/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ର ମିଳିତ ଆନୁକୁଲ୍ୟରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ଗୋପବନ୍ଧୁ ନଗର ଉଦ୍ୟାନ ରେ ଥିବା ଗୋପବନ୍ଧୁ ଦାସ ଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ପୁଷ୍ପ ମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ଏହି ଅବସର ରେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ , ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପୌର ପରିଷଦ ର କର୍ମକର୍ତ୍ତା ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ଗୋପବନ୍ଧୁ ଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ ।
Sign in
Sign in
Recover your password.
A password will be e-mailed to you.
Next Post