ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲାସ୍ତରୀୟ ବିକାଶ ମେଳା , ପରମ୍ପାରିକ ଖାଦ୍ୟ ମେଳା ଓ ଆମ୍ବ ମେଳାର ଷଷ୍ଠ ସନ୍ଧ୍ୟା କାର୍ଯ୍ୟକ୍ରମରେ ଜିଲ୍ଲାଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଶ୍ରୀ ସୌଭାଗ୍ୟ ସ୍ମୃତିରଞ୍ଜନ ତ୍ରିପାଠୀ , ଉପମୁଖ୍ୟ ନିର୍ବାହୀ ଅଧିକାରୀ ଓରମାସ ଶ୍ରୀ ସୁଭଳ କୁମାର ଜେନାମଣି ଉପସ୍ଥିତ ରହି ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ହିତାଧିକାରୀଙ୍କୁ ପ୍ରାଞ୍ଜଳ ଭାବରେ ସଚେତନତା କରାଇଥିଲେ । ପରେ ପରେ ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ପକ୍ଷରୁ ୯ ଜଣକୁ ସରକାରଙ୍କ ତରଫରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ପଞ୍ଚମ ସନ୍ଧ୍ୟାର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଶ୍ରୀ ଶଙ୍କର କେରକେଟା , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ , ଉପନିର୍ଦ୍ଦେଶକ ଉଦ୍ୟାନ ଶ୍ରୀ ସୁଶାନ୍ତ ରଞ୍ଜନ ଦାସ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଥିଲେ। ପରେ ପରେ ସୁଲତା ମିଶ୍ରଙ୍କ ସଂଯୋଜନା ରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ପାରଳାଖେମୁଣ୍ଡିର ମିରାକଲ ଡାନ୍ସ ଷ୍ଟୁଡିଓ , ଚାରୁ ନର୍ତ୍ତନ , ଦେଓ ଘରିଆ ଆଶ୍ରମ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ନୃତ୍ୟ ପରିବେଷଣ କରୁଥିବା ବେଳେ ନରେଶ ନାଥ ମହାପାତ୍ର କମେଡି କରିଥିଲେ ଓ ବନ ବିଭାଗ ପକ୍ଷରୁ ଦାସ କାଠିଆ ମାଧ୍ୟମରେ ପରିବେଶ କୁ ନେଇ ସଚେତନତା ବାର୍ତ୍ତା ଦେଇ ଥିଲେ। ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ଓ କୁନା ହଳଧର ସଂଗୀତ ଗାନ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଡେପୁଟି ସିଓ ଓରମାସ୍ ଶ୍ରୀ ସୁଭଳ ଜେନାମଣି , ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ଶିକ୍ଷା ଅଧିକାରୀ ଡ଼. ମାୟାଧର ସାହୁ , ସହକାରୀ ନିର୍ବାହୀ ଅଧିକାରୀ ଶ୍ରୀ ଭେଙ୍କଟ ରାଓ ଆଚାରୀ , ଜିଲ୍ଲା ପ୍ରକଳ୍ପ ପରିଚାଳକ , ଓଡ଼ିଶା ଜୀବିକା ମିଶନ ଗଜପତି ଶ୍ରୀ ଟିମନ ଵାରା ସମେତ ଜିଲ୍ଲାର ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post