ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ) ରାଜ୍ୟ ସରକାରଙ୍କ ଏକବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲାର ବରପୁତ୍ର ଓ ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ସେମାନଙ୍କ ଜନ୍ମସ୍ଥାନକୁ ସ୍ମାରକିରେ ରୂପାନ୍ତରିତ କରିବା ଅବସରରେ ଶହୀଦ ରେଣ୍ଡୋ ମାଝି ଙ୍କ ସ୍ମୁତି ଉଦ୍ଦେଶ୍ୟରେ ତାଙ୍କ ଜନ୍ମସ୍ଥଳୀ ଉର୍ଲାଦାନି ସ୍ଥିତ ରେଣ୍ଡୋ ମାଝି ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇ ସ୍ମୃତି ପିଠରେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା । ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତ ଅବସରରେ ରାଜ୍ୟ ରାଜଧାନୀ ଭୁବନେଶ୍ୱର ଜନତା ମଇଦାନଠାରେ ରାଜ୍ୟସ୍ତରୀୟ ଉତ୍ସବରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ଜନସାଧାରଣଙ୍କୁ ସମ୍ବୋଧନ କରିଥିଲେ । ଆଭାଷୀ ମାଧ୍ୟମରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ସିଧା ପ୍ରସାରଣ କରାଯାଇଥିଲା । ମାନ୍ୟବର ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଓ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନକରି ,ସରକାରଙ୍କର ବିଭିନ୍ନ ଉନ୍ନୟନମୂଳକ ଯୋଜନା ଓ କାର୍ଯ୍ୟକାରିତା ବର୍ଷ ଏକ ଉପଲବଧି ଅନେକ, ଓଡ଼ିଶାର ବିକାଶ ଓ ଅଗ୍ରଗତି ସମ୍ପର୍କରେ ଆଲୋକପାତ କରିଥିଲେ। ଉର୍ଲାଦାନୀ ଠାରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ଜିଲ୍ଲାପାଳ କଳାହାଣ୍ଡି ପାୱାର ସଚିନ ପ୍ରକାଶ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢୀ, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ (ପ୍ରବେଶନ) ଅନିମେସ ପ୍ରଧାନ, ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡା,ଜିଲ୍ଲା ବି ଜେ ପି ସଭାପତି,ଯୁଗଳ କିଶୋର ପୋଡ଼, ସଂସାଦ କଳାହାଣ୍ଡି ଙ୍କ ପ୍ରତିନିଧି ଜୟ ଶଙ୍କର ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଲଧର ନିଆଲ, ସ୍ଥାନୀୟ ବି.ଡି.ଓ. ତହସିଲଦାର, ସରପଞ୍ଚ, ପି.ଆର୍.ଆଇ. ସଦସ୍ୟ, ଜନସାଧାରଣ ପ୍ରମୁଖ ଯୋଗଦେଇଥିଲେ l ଏହି ଅବସରରେ ଶହୀଦ ରେଣ୍ଡୋ ମାଝୀ ଙ୍କ ପ୍ରତିମୂର୍ତ୍ତୀ ଅତିଥି ମାନଙ୍କ ଦ୍ଵାର ମାଲ୍ୟାର୍ପଣ କରାଯାଇ ଶହୀଦଙ୍କ ସ୍ମୃତି ଚାରଣ କରିଥିଲେ। ଏହି ଅବସରରେ ସହିଦ ରେଣ୍ଡୋ ମାଝି ଙ୍କ ଦାୟାଦଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଶେଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପାଢି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ
Sign in
Sign in
Recover your password.
A password will be e-mailed to you.
Next Post