ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭଞ୍ଜନଗର ବେଲେଶ୍ବର ଶୈବ ପୀଠରେ ଆଜି ଶନିବାର ଜୁନ୍ ମାସ ୨୧ ତାରିଖ ୨୦୨୫ ଦିନ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ଭଞ୍ଜନଗର ପଞ୍ଚାୟତ ସମିତି ଓ ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ଯୋଗ ଶିବିରରେ ମୁଖ୍ୟ ଅତିଥି ରୁପେ ଉପଜିଲ୍ଲାପାଳ ଶ୍ରୀ ଉମାଶଙ୍କର ବେହେରା ଯୋଗଦେଇଥିଲେ। ସମ୍ମାନିତ ଅତିଥି ରୁପେ ଏନ.ଏ.ସି ଉପାଧ୍ୟକ୍ଷା ଶୁଭଶ୍ରୀ ଦାସ ଯୋଗଦେଇଥିଲେ। ଉକ୍ତ ଯୋଗ ଶିବିରରେ ଶରୀର ପ୍ରତି ଯୋଗର ଉପକାରିତା ଓ ଦୈନନ୍ଦିନ ଜୀବନରେ ଯୋଗାଭ୍ୟାସ କରିବା ଉଚିତ ବୋଲି ଅତିଥି ଗଣ ବକ୍ତବ୍ୟ ରେ କହିଥିଲେ।ଯାହାଦ୍ୱାରା ମଣିଷ ସୁସ୍ଥ ରହିଲେ ସମାଜ ସୁସ୍ଥ ରହିବ। ଯୋଗ ଶିବିର ରେ ଉପଜିଲ୍ଲାପାଳ ଶ୍ରୀ ଉମାଶଙ୍କର ବେହେରା ଙ୍କ ସମେତ ଭଞ୍ଜନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତୀ ଦେବୀ,ଅତିରିକ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ ପୁର୍ଣ୍ଣଚନ୍ଦ୍ର ପାଢୀ, ଅତିରିକ୍ତ ତହସିଲଦାର ତଥା ଭାରପ୍ରାପ୍ତ କାର୍ଯ୍ୟନିର୍ବାହି ଅଧିକାରୀ ଅବିନାଶ ମହାର, ଶିଶୁ ପ୍ରକଳ୍ପ ଅଧିକାରିଣୀ ମିଳିମା ପଣ୍ଡା, ଆର୍ ଆଇ ଭଗବାନ୍ ବେହେରା, ଉପଖଣ୍ଡ ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥି,ଅବକାରୀ ଅଧିକାରୀ ଡମ୍ବୁରୁଧର ହରିଜନ,ନଗର ସାସଂଦ ପ୍ରତିନିଧି ସନ୍ତୋଷ କୁମାର ତିଆଡି,ସମସ୍ତ ସରକାରୀ ଅଧିକାରୀ,କର୍ମଚାରି ଗଣ,ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ଏବଂ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣ ଯୋଗାଭ୍ୟାସ କରିଥିଲେ।ଯୋଗ ପ୍ରଶିକ୍ଷକ ଯୋଗ ଦେଇଥିଲେ। ବ୍ଲକର କନିଷ୍ଠ ଯନ୍ତ୍ରୀ ପ୍ରଫୁଲ ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post