ଜଗତସିଂହପୁର,ତା-୨୪.୦୬.୨୦୨୫/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ର ମିଳିତ ଆନୁକୁଲ୍ୟରେ ନବକୃଷ୍ଣ ଚୌଧୁରୀ ଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ତଥା ଖେରସ ଛକ ରେ ଥିବା ତାଙ୍କ ପ୍ରତିମୂର୍ତ୍ତି ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ପୁଷ୍ପ ମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ଏହି ଅବସର ରେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ , ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ, ପୌର ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ଜେନା ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପୌର ପରିଷଦ ର କର୍ମକର୍ତ୍ତା ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ନବକୃଷ୍ଣ ଚୌଧୁରୀ ଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ ।
Sign in
Sign in
Recover your password.
A password will be e-mailed to you.
Next Post