ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ , ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ୨୦୨୫ ପାଳିତ ହୋଇଯାଇଛି। ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅବକାରୀ ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରଦୀପ କୁମାର ସାହୁ , ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମାଧବନନ୍ଦ ନାୟକ , ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ. ମହମ୍ମଦ ମୁବାରାକ୍ ଅଲ୍ଲୀ ଓ ବ୍ରହ୍ମ କୁମାରୀ ସୁଜାତା ଭଉଣୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ମଞ୍ଚାସୀନ ହୋଇଥିଲେ। ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
ଏହି ଅବସରରେ ଗଜପତି ଜିଲ୍ଲାର ନିଶା ନିବାରଣ କେନ୍ଦ୍ରରେ ଚିକିତ୍ସିତ ହୋଇ ସୁସ୍ଥ ଓ ସଫଳ ଜୀବନଯାପନ କରୁଥିବା ଗୁମ୍ମା ବ୍ଲକର କୃଷ୍ଣଚନ୍ଦ୍ର ଜେନାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ବ୍ରହ୍ମକୁମାରୀ ଶାଖା , ପାରଳାଖେମୁଣ୍ଡିର ଭାଇ ଓ ଭଉଣୀ ମାନେ ଓ ଗଜପତି ଜିଲ୍ଲାର ଟାଲେଣ୍ଟ ଡାନ୍ସ ଦଳର କଳାକାରମାନେ ସଚେତନତାମୂଳକ ପଥପ୍ରାନ୍ତ ନାଟକ ପରିବେଷଣ କରିଥିଲେ।
ସକାଳ ୬.୩ ମିନିଟ୍ ସମୟରେ ସହରରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ , ସ୍ଥାନୀୟ ଜନତା , ସରକାରୀ ଓ ବେସରକାରୀ କର୍ମଚାରୀଙ୍କୁ ନେଇ ଏକ ସଚେତନତା ପଦଯାତ୍ରା ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ଠାରୁ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପର୍ଯ୍ୟନ୍ତ କରାଯାଇଥିଲା। ଏହି ସଚେତନତା ପଦ ଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନି ମାଝୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।
ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ , କର୍ମଚାରୀ , ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post