ଲେଫ୍ରିପଡ଼ା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

5

ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଲେଫ୍ରୀପଡ଼ା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।

ଆଜି ମୋଟ ୭୦ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୪୦ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୦ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ସେହି ମଧ୍ୟରୁ ୭ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା, ଯେଉଁଥିରେ କି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ମଧ୍ୟ ରହିଥିଲା।

ଆଜିର ଏହି ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ଲେଫ୍ରିପଡା ଗୋଷ୍ଠି ଉନ୍ନୟନ ଅଧିକାରୀ ଓ ତହସିଲଦାର ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

Leave A Reply

Your email address will not be published.