ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜାତୀୟ ସ୍ତରୀୟ ବୁଥ ସ୍ତରୀୟ ଅଧିକାରୀଙ୍କ ପାଇଁ ତାଲିମ କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ମୁନିନ୍ଦ୍ର ହନେଗା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦ୍ଵିତୀୟ ଦିବସ ତାଲିମ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିବା ବେଳେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଓ ସହକାରୀ ଜିଲ୍ଲାପାଳ ନିର୍ବାଚନ ବିଭାଗ ଶ୍ରୀ ମନୋଜ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଭାରତ ନିର୍ବାଚନ କମିଶନର ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲାର ୧୩୬ ମୋହନା (ଏସ୍ ଟି) ବିଧାନସଭା ନିର୍ବାଚନମଣ୍ଡଳୀର ବୁଥ ସଂଖ୍ୟା – ୨୯୭ ଗୋଟି ଓ ୧୩୭ – ପାରଳାଖେମୁଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ ସଂଖ୍ୟା -୨୭୬ଗୋଟି ର ବୁଥ ସ୍ତରୀୟ ଅଧିକାରୀ ମାନଙ୍କୁ ତାଲିମ ପ୍ରଦାନ କରାଯାଉଛି।
ଆଜିର ଏହି ଦ୍ଵିତୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୋହନା ଓ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ୧୦୦ ଜଣଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ଯେଉଁ ନାଗରିକଙ୍କ ବୟସ ୧୮ ବର୍ଷ ହେଉଥିବ ସେମାନେ ନୂତନ ଭୋଟର ନିଜର ନାମକୁ ନୂତନ ଭାବେ ଫର୍ମ -୬ ଯୋଗ କରିବା , ଭୋଟର ତାଲିକାରେ ନାମ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରବାସୀ ଭୋଟରଙ୍କ ଫର୍ମ -୬ (କ) ଯୋଗ କରିବା , ଫର୍ମ-୬ (ଖ)ରେ ନିଜର ଭୋଟର ପରିଚୟ ପତ୍ରକୁ ଆଧାର କାର୍ଡ ସହିତ ସଂଯୋଗ କରିବା ,ଫର୍ମ -୭ ରେ ନାମକୁ ବାଦ କରିବା , ଫର୍ମ -୮ ରେ ଭୋଟର ତାଲିକାରେ ନିଜର ତଥ୍ୟରୁ ସଂଶୋଧନ ଏବଂ ନିଜର ସ୍ଥାନକୁ ପରିବର୍ତ୍ତନ କରିବା ଇତ୍ୟାଦି ବିଷୟରେ ତାଲିମ ପ୍ରଦାନ କରାଯାଉଛି।
ସେହିପରି ଯୋଗ୍ୟ ବିବେଚିତ ଭୋଟର ମାନେ ଅନଲାଇନ୍ ମାଧ୍ୟମରେ www.nvsp.voterportal.eci.gov.in ଭୋଟର ହେଲ୍ପ ଲାଇନ ଅପ୍ ବ୍ୟବହାର କରିବା ସହିତ ବୁଥ ସ୍ତରୀୟ ଅଧିକାରୀଙ୍କ ଠାରେ ମଧ୍ୟ ପର୍ମ -୬ , ୭ , ୮ ଓ ୬ଖ ରେ ଆବେଦନ କରିପାରିବେ। ଆଜିର ତାଲିମ ପ୍ରଦାନ ପରେ ପରେ ସମସ୍ତ ବୁଥ ସ୍ତରୀୟ ଅଧିକାରୀମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।
ଦ୍ୱିତୀୟ ଦିନ ତାଲିମ କାର୍ଯ୍ୟକ୍ରମରେ ମୋହନା ବିଧାନସଭା ନିର୍ବାଚନମଣ୍ଡଳୀର ଶ୍ରୀ ରାଜୁ ମଲିକ , ଶିକ୍ଷକ , ଶ୍ରୀ ନରେଶ ପ୍ରଧାନ , ସିଆରସିସି , ଶ୍ରୀ ନରସିଂହ ଚନ୍ଦ୍ର ମିଶ୍ର , ଜିପିଓ , ଶ୍ରୀ ରଜନୀକାନ୍ତ ସାହୁକାର , ସିଆରସିସି ରହିଥିବା ବେଳେ ପାରଳାଖେମୁଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୟା.ଶିବ କୁମାର , ଶିକ୍ଷକ , ଏମ.ଉମାପତି , ସିଆରସିସି , ରଶ୍ମିତା ସାମଲ ସିଆରସିସି ଓ ପି.ଭେଙ୍କଟେଶ୍ୱରଲୁ ପ୍ରମୁକ ମାଷ୍ଟୋର ଟ୍ରେନର ଭାବରେ ଉପସ୍ଥିତ ରହି ବୁଥ ସ୍ତରୀୟ ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଏହି ପ୍ରଶିକ୍ଷଣ ଶିବିର ରେ ଜିଲ୍ଲା ନିର୍ବାଚନ ବିଭାଗର ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post
Next Post