ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଶ୍ରୀଜୀଉଙ୍କ ସୁନାବେଶ। ଶ୍ରୀଜୀଉ ମାନେ ବଡଦାଣ୍ଡରେ ମାଉସୀ ମାଙ୍କ ଘର ନିକଟରେ ରଥ ଉପରେ ଶ୍ରଦ୍ଧାଳୁ ଭକ୍ତ ମାନଙ୍କୁ ପବିତ୍ର ହରି ଶୟନ ଏକାଦଶୀ ତିଥିରେ ସୁନାବେଶରେ ଦର୍ଶନ ଦେଇଛନ୍ତି।
ଶ୍ରୀଜୀଉ ମାନଙ୍କ ଏହି ଦୁର୍ଲଭ ସୁନାବେଶ ଦର୍ଶନ ପାଇଁ ପୁରପଲ୍ଲୀରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଝିପିଝିପି ବର୍ଷାରେ ସନ୍ଧ୍ୟା ଆଳତୀ ଓ ତିନି ଠାକୁରଙ୍କ ସୁନାବେଶ ଦର୍ଶନ ପାଇଁ ବଡଦାଣ୍ଡ ଲୋକାରଣ୍ୟ ହୋଇଥିଲା। ଶାନ୍ତି ଶୃଙ୍ଖଳା ପାଇଁ ପୋଲିସ ବାହିନୀ ମୃତୟନ ଥିଲେ।
ଏହି ଅବସରରେ ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ଦେବସ୍ନାନ ମଣ୍ଡପ ଠାରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଆଜି ଦ୍ଵିତୀୟ ସନ୍ଧ୍ୟାରେ ଗଜପତି ଜିଲ୍ଲା ଆର୍ .ଉଦୟଗିରି ର ଶ୍ରୀ ଶ୍ରୀ ଶ୍ରୀ ମା ଜଗତ ଜାନନୀ ପାଲା ନାଟ୍ୟ ସଂଘର କଳାକାର ମାନେ ପାଲା ପରିବେଷଣ କରିଥିଲେ।
ସମସ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ପରିଚାଳନା କରିଥିବା ବେଳେ ଜିଲ୍ଲା ସଂସ୍କୃତି ବିଭାଗ କାର୍ଯ୍ୟାଳୟର ମନୋଜ କୁମାର ଲିମ୍ମା ସହଯୋଗ କରିଥିଲେ।
ଏହି କାର୍ଯ୍ୟକ୍ରମ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଦେବସ୍ନାନ ମଣ୍ଡପରେ ପ୍ରତିଦିନ ସନ୍ଧ୍ୟା ୫.ଘଣ୍ଟା ଠାରୁ ୯ ଘଟିକା ସମୟ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ।
Sign in
Sign in
Recover your password.
A password will be e-mailed to you.
Prev Post
Next Post