ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ): ତା. ୦୭.୦୭.୨୦୨୫ – କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ଜିଲ୍ଳାର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୬୪ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୪୯ ଗୋଟି ଓ ସାମୂହିକ ୧୪ ଗୋଟି ରହିଥିବା ବେଳେ ୨୯ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରଯାଇଥିଲା । ଏହି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ,ଭତ୍ତା, ପାନୀୟଜଳ, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ଶିଶୁ ସୁରକ୍ଷା, ଜିଲ୍ଲା, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ, (ପ୍ରବେଶନ) ଅନିମେସ ପ୍ରଧାନ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା,ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ନିହାରେନ୍ଦ୍ର ପଣ୍ଡା, ମୁଖ୍ୟ ଜିଲା କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ୍ ନିଶା,ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦ୍ର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଚଳିତ ମାସ ଆସନ୍ତା 14 ତାରିଖରେ ଜୁନାଗଡ଼ ବ୍ଲକ କାର୍ଯ୍ଯାଳୟ ସଭା ଗୃହରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହେବ।
Sign in
Sign in
Recover your password.
A password will be e-mailed to you.