ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର , ପାରଳାଖେମୁଣ୍ଡି ଠାରେ ଶ୍ରୀ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ପରମ ପବିତ୍ର ଗୈରିକ ଧ୍ୱଜକୁ ପୂଜନ କରିବା ସହ ଆଜିକାର ଦିବସର ମହତ୍ତ୍ବ ସମ୍ବନ୍ଧରେ ଆଲୋକପାତ କରିଥିଲେ।
ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ଦେବୀ ମଠର ମହନ୍ତ ପୂଜ୍ୟ ଶ୍ରୀ ରାମାନନ୍ଦ ଦାସ ମହାରାଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ଅପରାହ୍ନ ସମୟରେ ତିନିଠାକୁରଙ୍କ ସୁନାବେଶ ଅବସରରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ନିକଟରେ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସରସ୍ଵତୀ ଶିଶୁ ମନ୍ଦିର ପକ୍ଷରୁ ଭକ୍ତ ମାନଙ୍କୁ ହାଲୁଆ ପ୍ରସାଦ ବିତରଣ କରାଯାଇଥିଲା । ଭକ୍ତମାନେ ବହୁ ଆନନ୍ଦର ସହ ପ୍ରସାଦ ସେବନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ଅବିଭାବକମାନଙ୍କ ସହଯୋଗ ସଫଳ ହୋଇଥିଲା। ଏଥିରେ ବିଦ୍ୟାଳୟର ସ୍କାଉଟ୍ ଓ ଗାଇଡ୍ ଛାତ୍ରଛାତ୍ରୀ ମାନେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.