ଚନ୍ଦାହାଣ୍ଡି ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

0 2

ନବରଙ୍ଗପୁର ୧୪.୦୭.୨୦୨୫:ଅଶୋକ ସାହୁ, ଶାସକ ପ୍ରଶାସକ:  ଆଜି ନବରଙ୍ଗପୁର ଚନ୍ଦାହାଣ୍ଡି ପଂଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲାପାଳ ତପନ କୁମାର ଖୁଣ୍ଟିଆ ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ,ଚନ୍ଦାହାଣ୍ଡି ବି ଡି ଓ , ତହସିଲଦାର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୪୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ୨୦ ଜଣ ଦିବ୍ୟାଙ୍ଗଙ୍କୁ ହୁଇଲ ଚେୟାର ଏବଂ ୧୪ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ସହାୟତା ପ୍ରଦାନ କରାଯାଇଥିଲା।

Leave A Reply

Your email address will not be published.