ବୀରମହାରାଜପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 2

ସୁବର୍ଣ୍ଣପୁର,ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ )ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୮୮ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୭୮ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୦ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। କେବଳ ୦୧ ଗୋଟିଏ ଦରଖାସ୍ତ ରେଡକ୍ରସ ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ନିମନ୍ତେ ଗ୍ରହଣ କରାଯାଇଥିବା ବେଳେ ଅନ୍ୟ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଭାରପ୍ରାପ୍ତ ବିଡ଼ିଓ ବୀରମହାରାଜପୁର ପୁରୁଷୋତ୍ତମ ଧରୁଆ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଅଶ୍ୱିନୀ କୁମାର ମେହେର, ଉପ – ଜିଲ୍ଲାପାଳ, ବୀରମହାରାଜପୁରଙ୍କ କାର୍ଯ୍ୟାଳୟର ସହକାରୀ ଜିଲ୍ଲାପାଳ ସମେତ ଅତିରିକ୍ତ ତହସିଲଦାର ବୀରମହାରାଜପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Leave A Reply

Your email address will not be published.