ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ

0 2

ଆଜି ସବୁ ସହରରେ କ୍ୟାଣ୍ଡେଲ ଜାଳି ମୃତା ସୌମ୍ୟାଶ୍ରୀଙ୍କ ଅମର ଆତ୍ମାର ସଡଗତି କାମନା କରାଯିବ। ବାଲେଶ୍ଵର ଏଫ୍ ଏମ୍ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକ ଙ୍କୁ ସୂଚନା କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି ଶେଷରେ ବିଜେପି ଦଳର ଏବିଭିପି ର ଝିଅ ବି ବାଦ୍ ପଡିଲାନି । ଛାତ୍ରୀ ଜଳୁଥିବା ସମସ୍ତେ ଦେଖୁଥିଲେ। କେହି ପ୍ରତିବାଦ କଲେଣି। ବିଜେପି ଦଳ ଶାସନକୁ ଆସିବାପରେ କାହାରି କଥା ଶୁଣୁନାହାନ୍ତି। ନୈତିକତା ଦୃଷ୍ଟିରୁ ଶାସନରୁ ଗାଦିରୁ ଏ ସରକାର ଓହରିଯିବା ଦରକାର। ତାଙ୍କ ଦଳ ଏବିଭିପି ର ଝିଅକୁ ହତ୍ୟା କରିଛନ୍ତି। ଯାହାର ପ୍ରତିବାଦରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି ପିସିସି ସଭାପତି ଶ୍ରୀଯୁକ୍ତ ଦାସ।ଏଥିରେ କଂଗ୍ରେସ ସମେତ ୮ଟି ସମଭାବାପନ୍ନ ଦଳ ସାମିଲ ହେବେ। ସ୍କୁଲ୍, କଲେଜ, ଦୋକାନ ବଜାର ବନ୍ଦ ରହିବ ବୋଲି ଭକ୍ତ ଚରଣ ଦାସ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.