ଗଜପତି ବିଜେଡି ପକ୍ଷରୁ ଏଫ୍ ଏମ୍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାର ପ୍ରତିବାଦ ଓ ବିକ୍ଷୋଭ ପଦର୍ଶନ ——————

0 2

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ହାଇସ୍କୁଲ ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ନିକଟରେ ଗଜପତି ବିଜେଡି ପକ୍ଷରୁ ଏଫ୍ ଏମ୍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ବିଧାୟକ ଇଂ ରୂପେଶ ପାଣିଗ୍ରାହୀ , ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ , ପାରଳା ପୌରାଧ୍ୟକ୍ଷା ନିର୍ମଳା ସେଠୀ , ଜିଲ୍ଲା ପରିଷଦ ସଭାପତି ଜି.ତିରୁପତି ରାଓ ଙ୍କ ସମେତ ବହୁ ବିଜେଡି ନେତା , କର୍ମୀ , ବିଜେଡି ଯୁବ ଛାତ୍ର ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ନାରାବାଜି କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

Leave A Reply

Your email address will not be published.