ପୁରୀ : ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ସୋମବାର ଜିଲ୍ଲା ସଦର ମହକୁମା ଭୂ ଅର୍ଜନ ଅଧିକାରୀ ଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରିବା ସହ ଅଭିଯୋଗକାରୀ ଙ୍କ ଅଭିଯୋଗ ଗୁଡିକର ଶୁଣାଣୀ କରିଛନ୍ତି। ବିଭିନ୍ନ ଅଧିକାରୀ ମାନଙ୍କ ପାଖକୁ ଯାଉଥିବା ଆବେଦନ ଗୁଡିକୁ ଅଗ୍ରାଧିକାର ଭିତ୍ତିରେ ଆଇନ ଅନୁଯାୟୀ ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।ଏଥିରେ ମୋଟ ୯୦ ଅଭିଯୋଗ ମିଳିଥିଲା।ସେଥିରୁ ୬୫ ଟି ବ୍ୟକ୍ତିଗତ,୨୦ଟି ଗ୍ରାମ୍ୟ ଅଭିଯୋଗ ସମ୍ପର୍କିତ,୪ଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ସମ୍ପର୍କରେ,୧ ଟି ରେଡକ୍ରସ ରୁ ସହାୟତା ସମ୍ପର୍କରେ ରହିଥିଲା।ତତକ୍ଷଣାତ ୨ଗୋଟି ଅଭିଯୋଗ ର ସମାଧାନ ହୋଇଥିଲା।
ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ଅତିରିକ୍ତ ଏସ ପି ସୌମ୍ୟ ରଞ୍ଜନ ମଲ୍ଲିକ, ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ, ତହସିଲଦାର ଅଭିଷେକ ଦାଶ, ଅଭିଯୋଗ ଶୁଣାଣୀ ଅଧିକାରୀ ଆଶୁତୋଷ ଦେ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।
Sign in
Sign in
Recover your password.
A password will be e-mailed to you.
Next Post