ଶ୍ରୀ ଶ୍ରୀ କପିଳେଶ୍ଵର ଯୁବକ ସଂଘ ତରଫରୁ ଗାଙ୍ଗପୁର ଥାନା ଅଧିକାରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

0 2

 

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ଥାନାରେ କିଛି ଦିନତଳେ ବେଲଗୁଣ୍ଠା ଥାନାରୁ ବଦଳି ହୋଇ ଆସି ନୂତନ ଥାନା ଅଧିକାରୀ ଭାବେ ଯୋଗ ଦେଇଛନ୍ତି ବନବିହାରୀ ପ୍ରଧାନ I ଆଜି ଗାଙ୍ଗପୁର ଥାନା ଅଧିକାରୀ ଶ୍ରୀ ପ୍ରଧାନଙ୍କୁ ଗୋବରାର ବିଶିଷ୍ଟ ସ୍ଵେଚ୍ଛାସେବୀ ସଂଗଠନ ଶ୍ରୀ ଶ୍ରୀ କପିଳେଶ୍ଵର ଯୁବକ ସଂଘ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି I ଯୁବକ ସଂଘ ସଭାପତି ସବ୍ୟସାଚୀ ନାୟକଙ୍କ ନେତୃତ୍ୱରେ ଉପସଭାପତି ସୁଶାନ୍ତ କୁମାର ଜେନା, ଉପଦେଷ୍ଟା କୈଳାସ ଚନ୍ଦ୍ର ସାହୁଙ୍କ ସମେତ ସମସ୍ତ କର୍ମକର୍ତ୍ତା ଏବଂ ସଦସ୍ୟ ମାନେ ଗାଙ୍ଗପୁର ଥାନାରେ ପହଞ୍ଚି ଥାନା ଅଧିକାରୀ ଶ୍ରୀ ପ୍ରଧାନଙ୍କୁ ପୁଷ୍ପଗୁଚ୍ଛ ଏବଂ ଉପଢ଼ୌକନ ପ୍ରଦାନ କରି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି I

Leave A Reply

Your email address will not be published.