ଜଗତସିଂହପୁର -ତା ୨୨.୦୭.୨୦୨୫ ସୁମନ୍ତ କୁମାର ଦାସ; ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ର ମିଳିତ ଆନୁକୁଲ୍ୟରେ ମା ରମାଦେବୀ ଚୌଧୁରୀ ଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପୌର ପରିଷଦ ପରିସର ରେ ଥିବା ତାଙ୍କ ପ୍ରତିମୂର୍ତ୍ତି ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ପୁଷ୍ପ ମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ଏହି ଅବସର ରେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ , ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ, ପୌର ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି, ୯ ନମ୍ବର ୱାର୍ଡ ପାରିଷଦ ଶ୍ରୀ ଜଗଦା ନନ୍ଦ ପଢ଼ିହାରି, ପୌର ପରିଷଦର କର୍ମକର୍ତ୍ତା ପ୍ରମୁଖ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post