ନୟାଗଡ଼(ବିଶ୍ୱଜିତ ନାୟକ) :- ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ଆହ୍ୱାନ କ୍ରମେ ଆଜି ନୟାଗଡ ଜିଲ୍ଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସାମ୍ବାଦିକ ସୁରକ୍ଷା ଆଇନ, ଅବସରପ୍ରାପ୍ତ ସାମ୍ବାଦିକଙ୍କ ପାଇଁ ପେନସନ ଲାଗୁ କରିବା, ସ୍ୱାସ୍ଥ୍ୟ ବୀମାକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି ସହ ଏଥିରେ ପିତାମାତା ଏବଂ ୨୫ ବର୍ଷରୁ ଉର୍ଦ୍ଧ୍ୱ ନିର୍ଭରଶୀଳ ସନ୍ତାନ ସନ୍ତତିଙ୍କୁ ସାମିଲ କରିବା ନେଇ ଦାବି କରାଯାଇଛି। ଦେଶର ୧୮ଟି ରାଜ୍ୟରେ ସାମ୍ବାଦିକ ପେନସନ୍ ଯୋଜନାରେ ୧୫ ହଜାର ଟଙ୍କା ଦିଆଯାଉଥିବା ବେଳେ ଓଡିଶାରେ ଏହାକୁ ତୁରନ୍ତ ଲାଗୁ କରିବା ପାଇଁ ଦାବି କରାଯାଇଛି । ଆୟୁଷ୍ମାନ ଯୋଜନାରେ ସାମିଲ ହିତାଧିକାରୀଙ୍କୁ ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରୁ ବାଦ୍ ଦିଆଯିବା ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦାବି କରାଯାଇଛି । ନୟାଗଡ଼ ଜିଲ୍ଲା ଓଡ଼ଗାଁ ଜନଶୁଣାଣି ଶିବିରଠାରେ ଉତ୍କଳ ସାମ୍ବାଦିକ ସଂଘ ସଦସ୍ୟମାନେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ଭେଟି ଏହି ଦାବିପତ୍ର ପ୍ରଦାନ କରିଛନ୍ତି । ନୟାଗଡ଼ ଜିଲ୍ଲା ଶାଖା ସଭାପତି ଶ୍ରୀକାନ୍ତ ଖଟେଇ, ସମ୍ପାଦକ ବୈଦ୍ୟଭୂଷଣ ମହାପାତ୍ର, ଓଡ଼ଗାଁ ଶାଖା ସଭାପତି ଅଶୋକ କୁମାର ମହାପାତ୍ର, ସମ୍ପାଦକ ଗଣେଶ୍ୱର ସାହୁ, କୋଷାଧ୍ୟକ୍ଷ ସାରସ କୁମାର ମିଶ୍ରଙ୍କ ସମେତ ଜିଲ୍ଲା ଓ ବ୍ଲକ ଶାଖାର ବହୁ ସଦସ୍ୟ ସାମିଲ ହୋଇଥିଲେ ।
Sign in
Sign in
Recover your password.
A password will be e-mailed to you.