ରାଉରକେଲା,(ବସନ୍ତ କୁମାର ଜେନା): ଆଜି ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ଶୁଭଙ୍କର ମହାପାତ୍ର ଓ ରାଉରକେଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନିତେଶ ୱାଧୱାନୀ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକ ର ଶୁଣାଣି କରିଥିଲେ।
ଆଜି ମୋଟ ୯୮ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l ସେଥି ମଧ୍ୟରୁ ୪୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୪୪ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୭ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୭ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା,ବ୍ରିଜ ନିର୍ମାଣ, ଆବାସ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା।
ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁରଂଜନ ସାହୁ, ଉପଜିଲ୍ଲାପାଳ ପାନପୋଷ ବିଜୟ କୁମାର ନାୟକ, ଆଇ ଏ ଏସ ଶିକ୍ଷାନବିସ ଫାବୀ ରସିଦ, ବିଶ୍ରା ଗୋଷ୍ଠି ଉନ୍ନୟନ ଅଧିକାରୀ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l
Sign in
Sign in
Recover your password.
A password will be e-mailed to you.