ଧର୍ମଗଡ଼ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ।

3

ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ) ତା 28.7.2025 – କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ,ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଏସ୍. ମିଶ୍ର, ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା 70 ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ 53 ଗୋଟି ଓ ସାମୂହିକ17 ଗୋଟି ରହିଥିବା ବେଳେ 11 ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଏହି ଯୁଗ୍ମ ଜନଶୁଣାଣି ଶିବିରରେ ଭତ୍ତା,ପ୍ରଧାନମନ୍ତ୍ରୀ ଆବାସ, ପାନୀୟଜଳ, ଜମିବିବାଦ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଶିଶୁ ସୁରକ୍ଷା,ବ୍ୟାଙ୍କ୍, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅତିରିକ୍ତ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ,ଭାର ପ୍ରାପ୍ତ ଉପ ଜିଲ୍ଲାପାଳ ଧର୍ମଗଡ଼, ଅଜୟ ପ୍ରକାଶ ତିର୍କୀ, ପଞ୍ଚାୟତ ସମିତି ଅଧ୍ୟକ୍ଷl ବବିତା ପାଟଯୋଷୀ, ଏନ୍ ଏ ସି ଅଧ୍ୟକ୍ଷ ଅଶୋକ ମହାନ୍ତି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଦାଶିବ ନାୟକ, ତହସିଲଦାର କୀର୍ତ୍ତି ଚନ୍ଦ୍ର ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. କିଶୋର କୁମାର ପୃଷ୍ଟି, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡ଼ା, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ,ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମୁଜିବୁନ ନିଶା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Leave A Reply

Your email address will not be published.