ତରଭା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

3

 

ସୁବର୍ଣ୍ଣପୁର,ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ)ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ତରଭା ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ନୂତନ ଭାବେ ଯୋଗଦାନ କରିଥିବା ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ. ନୃପରାଜ ସାହୁ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୪୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୨୯ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୧ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୦୨ ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ, ତରଭା, ଗଙ୍ଗାରାମ ବୁଡେକ୍ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁର, ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଅଞ୍ଜଳୀନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଅଶ୍ୱିନୀ କୁମାର ମେହେର, ଉପ – ଜିଲ୍ଲାପାଳ, ସୋନପୁର ସୋମ୍ୟାରୁପା ରଥଙ୍କ ସମେତ ତହସିଲଦାର, ତରଭା ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Leave A Reply

Your email address will not be published.