ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାରା ବଣ୍ଟନ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

4

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଚାରା ବଣ୍ଟନ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଯୁବ ରେଡ୍କ୍ରସ , ଜାତୀୟ ସେବା ଯୋଜନା ଓ ସ୍ୱାମୀ ବିବେକା ନନ୍ଦ ଲୋକ ସଂସଦ , ଗଜପତି ଜିଲ୍ଲା ଶାଖାର ମିଳିତ ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ବୃକ୍ଷ ରୋପଣ ର ଉପାଦେୟତା ଏବଂ ରକ୍ଷଣାବେକ୍ଷଣ ସମ୍ପର୍କରେ ଅବଗତ କରାଇଥିଲେ।
ସମ୍ମାନୀତ ଅତିଥି ଭାବେ ବିନୋଦ ଚନ୍ଦ୍ର ଜେନା , ବିଚିତ୍ରାନନ୍ଦ ବେବର୍ତ୍ତା ପ୍ରମୁଖ ଯୋଗ ଦେଇ ବୃକ୍ଷ ରୋପଣ ବିଷୟରେ ଉଦବୋଧନ ଦେଇଥିଲେ।
ତତ୍ପରେ ବିଦ୍ୟାଳୟର ଏକାଦଶ ଶ୍ରେଣୀର ୩୨୦ ଛାତ୍ରଛାତ୍ରୀଙ୍କୁ ଚାର ବଣ୍ଟନ କରାଯାଇଥିଲା। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ୩ଟି ଚାରା ରୋପଣ କରାଯାଇଥିଲା।
କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକ ପରିଚାଳନା କରିଥିବା ବେଳେ ଯୁବ ରେଡ୍କ୍ରସ ସଂଯୋଜିକା କଳ୍ପନା ପଣ୍ଡା ପରିଶେଷରେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ଅନୁଷ୍ଠାନର ସମସ୍ତ ଅଧ୍ୟାପକ , କର୍ମଚାରୀ ଓ ଛାତ୍ରଛାତ୍ରୀ ଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସୁଚାରୁରୂପେ ପରିଚାଳିତ ହୋଇଥିଲା।

Leave A Reply

Your email address will not be published.