ବାଣପୁର:(ସେକ କୌସର):ଆଜି ଖୋର୍ଦ୍ଧା ଜିଲ୍ଲା ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ ଅନ୍ତର୍ଗତ ବାଣପୁରର ଆରାଧ୍ୟା ଦେବୀ ଜଗତଜନନୀ ମା’ ଭଗବତୀଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଓଡ଼ିଶା ସରକାରଙ୍କ ଆଇନ , ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଦର୍ଶନ କରି ମା’ଙ୍କ କୃପା ଲାଭ କରିବା ସହ ଜଗତକଲ୍ୟାଣ ନିମନ୍ତେ ପ୍ରାର୍ଥନା କରିଥିଲେ। କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ଏବଂ ରାଜ୍ୟ ଆଇନ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଏହି ଅବସରରେ ମା’ଙ୍କ ମନ୍ଦିର ପରିସରରେ ଜାରି ରହିଥିବା ଉନ୍ନୟନ କାର୍ଯ୍ୟର ତଦାରଖ କରିବା ସହ ଖୁବ ଶୀଘ୍ର ଏହାକୁ ଶେଷ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ l ଏହି ଅବସରରେ ଆରଏସଏସ ପକ୍ଷରୁ ଉଭୟ ମନ୍ତ୍ରୀଙ୍କୁ ରାକ୍ଷୀ ବନ୍ଧାଯାଇଥିଲା l ଉଭୟ ମନ୍ତ୍ରୀ ଙ୍କୁ ସ୍ଥାନୀୟ ପ୍ରଶାସନ ଦ୍ୱାରା ସ୍ୱାଗତ କରାଯାଇଥିବାବେଳେ, ଆସ୍କା ସାଂସଦ ଅନିତା ଶୁଭଦର୍ଶୀନି, ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ରାଜ୍ୟ ଭାଜପା ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ଵାଳ, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନାରାଣୀ ବେହେରାଙ୍କ ସମେତ ବହୁ ନେତୃବୃନ୍ଦ ଓ ଦଳୀୟ କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.