ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୁରା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ବୁଦୁରା ଗ୍ରାମ ପଞ୍ଚାୟତ ସମେତ ଖାଣ୍ଡଭା ଓ ଗୋରିବନ୍ଧ ପଞ୍ଚାୟତର ସମୁଦାୟ ମୋଟ-୫୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୨୮ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୨୩ ଗୋଟି ଅଭିଯୋଗ ଆସିଥିଲା , ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ନ ଦେଇଛନ୍ତି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମା ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡ଼ମ୍ବୁରୁଧର ମଲ୍ଲିକ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post