ବିଜେପୁର:- ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ସମେତ ପଦ୍ମପୁର ଉପଜିଲ୍ଲାପାଳ ଅରୁଗୁଲା ସ୍ନେହା ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ କୁବେର ମହନ୍ତ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୯୭ ଗୋଟି ଅଭିଯୋଗ ମଧ୍ୟରୁ ୬୫ ଗୋଟି ବ୍ୟକ୍ତିଗତ ଏବଂ ୩୨ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ଅନ୍ୟ ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି
Sign in
Sign in
Recover your password.
A password will be e-mailed to you.