ପୁରୀ,୧୧/୮ -ପୁରୀ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ସୋମବାର ବ୍ରହ୍ମଗିରି ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦିବ୍ୟ ରଞ୍ଜନ ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୋଟ ୬୯ ଗୋଟି ଅଭିଯୋଗ ମିଳିଥିଲା । ସେଥିରୁ ୬୫ ଗୋଟି ବ୍ୟକ୍ତିଗତ,୪ ଗୋଟି ଗ୍ରାମ ସମ୍ବନ୍ଧୀୟ ଓ ୩ ଗୋଟି ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ସହାୟତା ସମ୍ପର୍କରେ ରହିଥିଲା। ତତକ୍ଷଣାତ ୩ ଗୋଟି ର ସମାଧାନ କରାଯାଇଥିଲା।ଅନ୍ୟ ଅଭିଯୋଗ ଗୁଡିକର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ବ୍ରହ୍ମଗିରି ବିଡିଓ ଅମୀୟ କୁମାର ପଣ୍ଡା, ଡେପୁଟି କଲେକ୍ଟର ମନୀଷା ଷଡ଼ଙ୍ଗୀ,ଭାରପ୍ରାପ୍ତ ଅଭିଯୋଗ ଶୁଣାଣୀ ଅଧିକାରୀ ପଞ୍ଚାନନ ପରିଜା ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଅଗଷ୍ଟ ୧୮ ତାରିଖରେ ସତ୍ୟବାଦୀ ବ୍ଲକ ସମ୍ମିଳନୀ କକ୍ଷରେ ଓ ଅଗଷ୍ଟ ୨୫ ତାରିଖରେ ଅସ୍ତରଙ୍ଗ ବ୍ଲକ ସମ୍ମିଳନୀ କକ୍ଷରେ ଦିବା ୧୦ ଘଟିକା ସମୟରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ ବୋଲି ଅଭିଯୋଗ ପ୍ରକୋଷ୍ଠ ସୂତ୍ରରୁ ପ୍ରକାଶ ।
Sign in
Sign in
Recover your password.
A password will be e-mailed to you.