ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ନାଟଙ୍ଗା ଦୀନବନ୍ଧୁ ବିଦ୍ୟାପୀଠରେ ବନ ମହୋତ୍ସବ ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ଘଡେ଼ଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର୍ ମହାନ୍ତି ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ବୃକ୍ଷର ମହତ୍ତ୍ୱ ଏବଂ ଆବଶ୍ୟକତା ଉପରେ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ମୁଖ୍ୟ ବକ୍ତା ରୂପେ କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ପୃଥ୍ୱୀରାଜ ପ୍ରଧାନ ଯୋଗ ଦେଇ ବୃକ୍ଷରୋପଣ ଏବଂ ନୂତନ ଜଙ୍ଗଲ ସୃଷ୍ଟି କ୍ଷେତ୍ରରେ ଛାତ୍ରଛାତ୍ରୀ ଏବଂ ଯୁବ ସମାଜର ଗୁରୁତ୍ୱୂର୍ଣ୍ଣ ଭୂମିକା ରହିଥିବା କଥା ପ୍ରକାଶ କରିଥିଲେ I ସେହିପରି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ଅବସରପ୍ରାପ୍ତ ବନାଞ୍ଚଳ ଅଧିକାରୀ ଅନୁପମ ବାନାର୍ଜୀ, ସାମାଜିକ କର୍ମୀ ତଥା ସିଆରସିସି ଦ୍ୱିତୀକୃଷ୍ଣ ଲେଙ୍କା, ଅବସରପ୍ରାପ୍ତ ବନପାଳ ସୁରେଶ ଚନ୍ଦ୍ର ସ୍ୱାଇଁ, ଅବସରପ୍ରାପ୍ତ ସେନା ଅଧିକାରୀ ରଘୁନାଥ ଜେନା ପ୍ରମୁଖ ମଞ୍ଚାସୀନ ରହି ବୃକ୍ଷ ରୋପଣ ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ I ଶିକ୍ଷୟିତ୍ରୀ ଡୋକି ସରୋଜିନୀ ମଞ୍ଚ ସଂଯୋଜନା କରିଥିଲେ I ଏହି ଅବସରରେ ବିଦ୍ୟାଳୟ ପରିସରରେ ବିଭିନ୍ନ ଫଳ ଏବଂ ଔଷଧୀୟ ଚର ରୋପଣ କରାଯାଇଥିଲା I କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ୫୦ ଜଣ ଏନ୍.ସି.ସି କ୍ୟାଡେଟସ୍ ଅଂଶଗ୍ରହଣ କରିଥିଲେ I ଏନର୍ଜି ଏବଂ ଇକୋ କ୍ଳବ୍ ଶିକ୍ଷକ ପ୍ରଭାତ କୁମାର ଗୌଡ଼ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ I
Sign in
Sign in
Recover your password.
A password will be e-mailed to you.
Next Post