ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଘରେ ଘରେ ତ୍ରିରଙ୍ଗା ଅଭିଯାନ ର ବାଇକ୍ ଶୋଭାଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଗଜପତି ଜିଲ୍ଲାର ସମସ୍ତ ବ୍ଲକ୍ ଓ ଗ୍ରାମପଞ୍ଚାୟତ ଗୁଡିକରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଚାଲିଛି।
ଏହି ଅବସରରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସକାଳ ୭ ଘଟିକା ସମୟ ମଧ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଏକ ବିରାଟ ତ୍ରିରଙ୍ଗା ବାଇକ୍ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଶେଷ ହୋଇଥିଲା। ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବରେ ଗଜପତି ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ଯୋଗଦେଇ ଶୋଭାଯାତ୍ରା କୁ ଶୁଭାରମ୍ଭ କରିଥିଲେ। ଘରେ ଘରେ ତ୍ରିରଙ୍ଗା ଅଭିଯାନରେ ସ୍ଥାନୀୟ ସମସ୍ତ ଜନସାଧାରଣ ଏଥିରେ ସାମିଲ ହୋଇ ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେବା ସହ ଭାରତୀୟ ମାନଙ୍କ ସ୍ୱାଭିମାନର ପ୍ରତୀକ ତ୍ରିରଙ୍ଗା ପତାକାକୁ ଘରେ ଘରେ ସମ୍ମାନର ସହ ଲଗାଇ ଉଡାଇବା ଏବଂ ଗର୍ବରେ କହିବା ଆମେ ଭାରତୀୟ ଏହି ସବୁ ହେଉଛି ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ।
ଏହି ଶୋଭାଯାତ୍ରା କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନି ମାଝୀ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା , ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା , ପ୍ରକଳ୍ପ ପ୍ରଶାସକ ସମନ୍ଵିତ ଅଧିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ନିର୍ବାହୀ ଅଧିକାରୀ ପୌରପରିଷଦ ପାରଳାଖେମୁଣ୍ଡି ଶ୍ରୀ ଲକ୍ଷ୍ମଣ ମୁର୍ମୁ ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ସ୍ଵୟଂ ସ୍ଵୟକ ଗୋଷ୍ଠୀ ଓ ସ୍ଥାନୀୟ ଜନସାଧାରଣ ଶୋଭାଯାତ୍ରାରେ ସାମିଲ ହୋଇ ହାତରେ ତ୍ରିରଙ୍ଗା ପତାକା ଧରି “ଭାରତ ମାତା କି ଜୟ” ଏବଂ “ହର ଘର ତ୍ରିରଙ୍ଗା” ଉପରେ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ।
Sign in
Sign in
Recover your password.
A password will be e-mailed to you.
Next Post