“ଗଞ୍ଜାମ ଜିଲ୍ଲାରେ ବିପର୍ଯ୍ୟସ୍ତ ହୋଇପଡିଛି ଆଇନଶୃଙ୍ଖଳା।”

2

ଏସପିଙ୍କୁ ଭେଟିଲା ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳ

ବ୍ରହ୍ମପୁର/ କୈଳାଶ ଚୌଧୁରୀ : ଜିଲ୍ଲା ରେ ପ୍ରତି ଦିନ ଘଟୁଥିବା ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି,ନାରୀ ନିର୍ଯାତନା, ହତ୍ୟା , ହିଂସାକୁ ନେଇ ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶରେ ଆଜି ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳ ସଭାପତି ଶ୍ରୀ ବିକ୍ରମ କୁମାର ପଣ୍ଡା ଙ୍କ ନେତୃତରେ ପୁର୍ବତନ କେନ୍ଦ୍ର ମନ୍ତ୍ରୀ ଚନ୍ଦ୍ରଶେଖର ସାହୁ, ପୁର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ପୁର୍ବତନ ସାଂସଦ ପ୍ରମିଳା ବିଷୋୟୀ, ପୁର୍ବତନ ବିଧାୟକ ସର୍ବଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉପଟନାୟକ, ପୁର୍ଣ୍ଣ ଚନ୍ଦ୍ର ସ୍ବାଇଁ, ଲତିକା ପ୍ରଧାନ, ସୁର୍ଯ୍ୟମଣି ବୈଦ୍ୟ,ମଞୁଳି ସ୍ବାଇଁଙ୍କ ସମେତ ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ, ବିଧାୟକ ପ୍ରାର୍ଥୀ ସୁଲକ୍ଷଣା ଦେବୀ, ରୁପ ଚନ୍ଦ୍ର ଦେଓ ପ୍ରମୁଖ ଙ୍କ ସହ ବହୁ ଆଗ ଧାଡ଼ିର ନେତା ମାନେ ଯୋଗ ଦେଇ ଗଞ୍ଜାମ ଜିଲ୍ଲାପାଳ ଓ ଗଞ୍ଜାମ ଏସପି ଙ୍କୁ ଭେଟି ଜିଲ୍ଲା ର ଆଇନ ଶୃଙ୍ଖଳା ପରିସ୍ଥିତି ବିଷୟରେ ଆଲୋଚନା କରିଥିଲେ ।

 

Leave A Reply

Your email address will not be published.