ବାଣପୁର:(ସେକ କୌସର):ଆଜି ଚିଲିକା ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ନିଜ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଣପୁରର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ପିଠ ଦର୍ଶନ କରିବା ସହ ମନ୍ଦିର ପରିସରରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଥିଲେ। ମନ୍ଦିର ପରିସରରେ ଭକ୍ତଙ୍କ ସୁବିଧା ନିମନ୍ତେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଜାରି ରହିଥିବା ବେଳେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିଜସ୍ୱ ବିଧାୟକ ପାଣ୍ଠିରୁ ଏଥିପାଇଁ ଅର୍ଥରାଶି ମଞ୍ଜୁର କରିଛନ୍ତି।ଆଜି ମନ୍ତ୍ରୀ ଉକ୍ତ ପିଠ ପରିଦର୍ଶନ କରି ଉନ୍ନୟନ କାର୍ଯ୍ୟ କିପରି ଶୀଘ୍ର ସମାପ୍ତ ହେବ ସେ ଦିଗରେ ଶ୍ରୀ ଶ୍ରୀ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟିର ସଭ୍ୟ ମାନଙ୍କ ସହ ଆଲୋଚନା କରିଥିଲେ।ଏହି ଅବସରରେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ସମାଜସେବୀ ନନ୍ଦକିଶୋର ମିଶ୍ର, ହନୁମାନ ଚାଳିଶା କମିଟି ସଭ୍ୟ ରାଧାମୋହନ ଅଗ୍ରୱାଲ, ଆନନ୍ଦ ଅଗ୍ରୱାଲ, ଦେବଦତ୍ତ ପାତ୍ର,ସୀତାରାମ ଅଗ୍ରୱାଲ,ମନୋଜ ପାତ୍ର,ରାକେଶ ଅଗ୍ରୱାଲ, ନୀଳମାଧବ ସେନାପତି,ପ୍ରିୟବ୍ରତ ସୁବୁଦ୍ଧି ପ୍ରମୁଖ ଉପସ୍ଥିତ ଥିଲେ।ସୂଚନା ଥାଉକି ରଙ୍କନାଥ ଦେବଙ୍କ ପିଠର ଉନ୍ନତିକରଣ ଦ୍ୱାରା ସମଗ୍ର ବାଣପୁର ଅଞ୍ଚଳର ଭକ୍ତମାନେ ଉପକୃତ ହେବେ ଏବଂ ଏଥିନିମନ୍ତେ କମିଟି ସଦସ୍ୟମାନେ ମାନ୍ୟବର ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।
Sign in
Sign in
Recover your password.
A password will be e-mailed to you.