ବଙ୍କା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ମେଳା

2

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )- -ଆଜି ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ବଙ୍କା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। Fc ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ଅଧ୍ୟୟନ କରୁଥିବା ୧୪୭ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରାଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରରେ ମୁଖ୍ୟ ଅତିଥି ରୂପେ ୪୮ ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟ ସୁଧୀର କୁମାର ଜେନା, ଅନ୍ୟତମ ଅତିଥି ରୂପେ ସମିତି ସଭ୍ୟ ପ୍ରଫୁଲ୍ଲ ଗୌଡ଼, ସରପଞ୍ଚ ପ୍ରତିନିଧି ଲକ୍ଷ୍ମଣ ପରିଡା, ସ୍କୁଲ ପରିଚାଳନା କମିଟି ସଭାପତି ମନୋଜ ବିଶ୍ୱାଳ ଯୋଗ ଦେଇଥିବା ବେଳେ ଶିକ୍ଷକ ସନ୍ତୋଷ କୁମାର ସେଠୀ, ଚନ୍ଦନ ପଟ୍ଟନାୟକ, ମମତା ପରିଡା, ଲିଲି ସ୍ୱାଇଁ, ରିଙ୍କି ସେଠୀ ପ୍ରମୁଖ ଏହି ପରିଚାଳନାରେ ସହଯୋଗ କରିଥିଲେ।

Leave A Reply

Your email address will not be published.