ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।

3

ପଦ୍ମପୁର :- ପାଇକମାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ପଦ୍ମପୁର ଉପଜିଲ୍ଲାପାଳ ଅରୁଗୁଲା ସ୍ନେହା ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କୁବେର ମହନ୍ତ,ବିଡିଓ ପ୍ରଫୁଲ୍ଲ କୁମାର ଓଦୁ, ତହସିଦାର‌ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୧୦୬ ଗୋଟି ଅଭିଯୋଗ ମଧ୍ୟରୁ ୮୦ ଗୋଟି ବ୍ୟକ୍ତିଗତ, ୨୬ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟାଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.