କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) ଆଜି ଆଳି ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଅଭିଯୋଗ ଶୁଣାଣିରେ ମୋଟ ୨୧୭ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା | ସେଥିମଧ୍ୟରୁ ୨୨ଟି ସାମୁହିକ ହୋଇଥିବା ବେଳେ ୧୯୫ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା | ୨ ଜଣଙ୍କୁ ୮ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇଛି | | ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ରଘୁରାମ ଆର ଆୟାର ଙ୍କ ସମେତ ଅତିରିକ୍ତ ଏସପି ସୁଧାକର ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଡେପୁଟି କଲେକ୍ଟର ତୃପ୍ତି ମହାନ୍ତି ସମେତ ବ୍ଲକର ବିଡିଓ, ତହସିଲଦାର ଏବଂ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗର ଶୁଣାଣି କରିଥିଲେ | ସୂଚନା ଯେ, ଆସନ୍ତା ୧୫ ସେପ୍ଟେମ୍ବରରେ ମହାକାଳପଡ଼ା ବ୍ଲକ କାର୍ଯ୍ୟାଳୟ ଏବଂ ୨୨ ସେପ୍ଟେମ୍ବରରେ ଡେରାବିଶ ବ୍ଲକ କାର୍ଯାଳୟଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ |
Sign in
Sign in
Recover your password.
A password will be e-mailed to you.