ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି (ବୁଧବାର ) ଜିଲ୍ଲା ନୋଡାଲ ସଚିବ ତଥା ଉପ-ଅଧ୍ୟକ୍ଷ , ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଡ଼.ଏନ ତିରୁମାଲା ନାୟକଙ୍କ ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତରେ ଆସି ଆଜି ଦ୍ୱିତୀୟ ଦିନରେ କାଶୀନଗର ବ୍ଲକ୍ ଅନ୍ତର୍ଗତ ଆଲଡ଼ା ଗ୍ରାମପଞ୍ଚାୟତର ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍) ଓ ହିତାଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ପରେ ଖଣ୍ଡବା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଲାସିଂ ର ମେଗା ପାଇପ୍ ଜଳ ଯୋଗାଣ ବ୍ୟବସ୍ଥା ବୁଲି ଦେଖିବା ସହିତ ସମୟ ସୀମା ମଧ୍ୟରେ କାର୍ଯ୍ୟ ସାରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ସେହିପରି ପାରଳାଖେମୁଣ୍ଡି ପୌରପରିଷଦର ନୂତନ ବସ୍ ଷ୍ଟାଣ୍ଡ ଥିବା ଆହାର କେନ୍ଦ୍ର ପରିଦର୍ଶନ କରିଥିଲେ। ନିକଟସ୍ଥ ଅମୃତ ଯୋଜନାରେ କାର୍ଯ୍ୟକାରୀ ହେଉଥିବା ସଂଖୁରୀ ବନ୍ଧ ପରିଦର୍ଶନ କରିଥିଲେ। ଜିଲ୍ଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରି ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଜିଲ୍ଲା ନୋଡାଲ ସଚିବ ତଥା ଉପ-ଅଧ୍ୟକ୍ଷ , ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଡ଼.ଏନ ତିରୁମାଲା ନାୟକଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ବିକାଶମୂଳକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ସରକାରଙ୍କ ବିଭିନ୍ନ ଯୋଜନା ତଥା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା , ଅନ୍ତ୍ୟୋଦୟ ଗୃହ ଯୋଜନା , ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା , ପାଇପ୍ ଜଳ ଯୋଗାଣ ଯୋଜନା ଓ ପରିମଳ , ସେତୁବନ୍ଧ ଯୋଜନା , ପଞ୍ଚଶାଖା ଶିକ୍ଷା ସେତୁ , ସୁଭଦ୍ରା ଯୋଜନା , ପୋଷଣ ଅଭିଯାନ , ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ , ଖଦ୍ୟ ଯୋଗଣ ବିଭାଗ , ମଧୁବାବୁ ପେନସନ ଯୋଜନା ସମେତ ବିଭିନ୍ନ ଯୋଜନା ବିଷୟରେ ସମୀକ୍ଷା କରିଥିଲେ।
ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା , ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ.ନାଗାରାଜୁ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ , ତହସିଲଦାର ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.